ବି.କରଡାବାଡି ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ।

0 155

ପୋଲୋସରା,୧୨/୦୫(ପିପିଟି): ବୁଗୁଡା ବ୍ଲକର ବି.କରଡ଼ାବାଡ଼ି ପଞ୍ଚାୟତରେ ସୋମବାର ଦିନ ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୂତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ସ୍ଥରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣି ଶିବିରରେ ସିଡିପିଓ ବବିତା କୁମାରୀ ପଣ୍ଡା,ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ମେଡ଼ିକାଲ ଅଫିସର ଡାକ୍ତର ସ୍ୱାର୍ଥକ ସଙ୍କେତ ବିଶ୍ୱାଳ ଓ ସ୍ଥାନୀୟ ସରପଞ୍ଚ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ଶିବିରରେ ହିଁ ସମାଧାନ ହୋଇଥିଲା। ଏଥିସହ ନୂତନ ଭାବେ ୨୬ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ପ୍ରଦାନ ଓ ୧୦ ଜଣଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ସମେତ ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତଥିଲେ। ବି.କରଡ଼ାବାଡ଼ି ପଞ୍ଚାୟତ ପିଇଓ,ଏଡିଇଓଙ୍କ ସମେତ ଅଙ୍ଗନୱାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା ।)

Leave A Reply

Your email address will not be published.