ସୁବର୍ଣ୍ଣପୁର ,୧୧/୧୧(ପିପିଟି) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୭୭ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ସେଥିମଧ୍ୟରୁ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ସୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ତତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ଉପାଧ୍ୟକ୍ଷ ଶ୍ରୀ ନାରାୟଣ ଲୁହାଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର, ଉପଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ଲଲାଟେନ୍ଦୁ ସି, ତହସିଲଦାର, ବୀରମହାରାଜପୁର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ, ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ଅଧିକ୍ଷଣ ଯନ୍ତ୍ରୀ, ତପନ ପଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ, ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରିଡା ଅଧିକାରୀ, ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ, ବିଭିନ୍ନ ଜିଲ୍ଲା, ତହସିଲ, ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।
ରିପୋର୍ଟ- ଶାନ୍ତନୁ କୁମାର କର୍ଣ୍ଣ