ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ମହିଳା ଦିବସ ପାଳିତ।

0 270

ବେଲଗୁଣ୍ଠା,୦୮/୦୩(ପିପିଟି): ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା ଡ. ସଂଯୁକ୍ତା ପଣ୍ଡାଙ୍କ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟିତ କରିବା ସହିତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ଅଧ୍ୟକ୍ଷା ଶ୍ରୀମତୀ ପଣ୍ଡା ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ସଂଯୋଜିକା ସୁଶ୍ରୀ ଗୀତାଶ୍ରୀ ସାମନ୍ତ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଅନୁଷ୍ଠାନର କଳା ଏବଂ ବିଜ୍ଞାନ ବିଭାଗର ବହୁ ଛାତ୍ରୀ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ଓଡ଼ିଶା ଷ୍ଟେଟ୍ ଭାରତ ସ୍କାଉଟ୍ ଏବଂ ଗାଇଡ଼ସ୍ ର ରେଞ୍ଜରସ୍ ମାନେ ଶୃଙ୍ଖଳା ରକ୍ଷା ଦିଗରେ ସହଯୋଗ କରିଥିଲେ ।
(ରିପୋର୍ଟ- ସୁଶାନ୍ତ କୁମାର ବେହେରା। )

Leave A Reply

Your email address will not be published.