ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ ।

0 214

ବ୍ରହ୍ମପୁର,୨୪/୦୨(ପିପିଟି):ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁସ୍ମିତା,ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ କୈଳାଶ ଚନ୍ଦ୍ର ବୁରୁଦାଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୦୭ଟି ଅଭିଯୋଗ ର ଶୁଣାଣୀ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୯୪ଟି ଥିବାବେଳେ ସାମୁହିକ ଅଭିଯୋଗ ୧୩ଟି ଥିଲା ଏବଂ ତ୍ୱରିତ ୮ଟି ଅଭିଯାଗର ଫଇସଲା ହୋଇଥିଲା। ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ,ବାର୍ଦ୍ଧକ୍ୟ ଭତ୍ତା ଇତ୍ୟାଦି । ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିରେ ପ୍ରତ୍ୟେକ ବିଭାଗର ଅଧିକାରୀମାନେ,ବ୍ରହ୍ମପୁର ଉପଖଣ୍ଡର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.