ବ୍ରହ୍ମପୁର,୨୪/୦୩(ପିପିଟି): ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ଶୁଣାଣି ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ପ୍ରମୋଦ କୁମାର ପୃଷ୍ଟି , ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର ଏହି ମିଳିତ ଅଭିଯୋଗ ଶୁଣାଣିରେ ମୋଟ ୧୦୫ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୦୧ଟି ଏବଂ ସାମୁହିକ ଅଭିଯୋଗ ୦୪ଟି ଥିଲା । ଦୁଇ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୫୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ତ୍ଵରିତ ୭ଟି ଅଭିଯୋଗ ଫଏସଲା କରିଥିଲେ । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପୃଷ୍ଟି ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।