ବ୍ରହ୍ମପୁର,୨୮/୦୪(ପିପିଟି) :ବ୍ରହ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର,ଜିଲ୍ଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୬୫ଟି ଅଭିଯୋଗ ର ଶୁଣାଣୀ କରାଯାଇଥିଲା । ବ୍ୟକ୍ତିଗତ ଅଭିଯୋଗ ୬୨ଟି ଥିବାବେଳେ ସାମୁହିକ ଅଭିଯୋଗ ୨ଟି ଥିଲା ଏବଂ ତ୍ୱରିତ ଗୋଟିଏ ଅଭିଯାଗର ଫଇସଲା ହୋଇଥିଲା । ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ରାସନ୍ କାର୍ଡ,ଭତ୍ତା,ଶିକ୍ଷା, ସ୍ଵାସ୍ଥ୍ୟ,ସୁଭଦ୍ରା ଇତ୍ୟାଦି । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦,୦୦୦ ଟଙ୍କା ର ସହାୟତା ରାଶି ପ୍ରଦାନ କରାଯାଇଥିଲା । ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଉପଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିରେ ପ୍ରତ୍ୟେକ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ,ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।