ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଏବଂ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ।

0 0

କୋଦଳା,୨୯/୧୧(ପିପିଟି ):କୋଦଳା ପିଏମଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ବେଗୁନିଆପଡା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ ଯୋଗଦେଇ ଉଦଘାଟନ କରିଥିବା ବେଳେ ଛାତ୍ର ଛାତ୍ରୀ ମାନଙ୍କ ତରଫରୁ ପ୍ରସ୍ତୁତ ହୋଇଥିବା ସମସ୍ତ ବିଜ୍ଞାନ ପ୍ରକଳ୍ପ ଗୁଡିକୁ ବୁଲି ଦେଖିଥିଲେ। ସମ୍ମାନୀତ ଅତିଥି ଭାବେ କୋଦଳା ନଗରପାଳ ସୂର୍ଯ୍ୟ ନାରାୟଣ ନାୟକ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।କାର୍ଯ୍ୟକ୍ରମରେ ବେଗୁନିଆପଡା ବିଇଓ ରୁଦ୍ର ନାରାୟଣ ସାହୁ ସଭାରେ ସଭାପତିତ୍ୱ କରିଥିବା ବେଳେ ,ଏବିଇଓ ଜ୍ୟୋତିର୍ମୟୀ ନନ୍ଦ,ରବୀନ୍ଦ୍ର ଶବର ପ୍ରମୁଖ ମଞ୍ଚାସିନ ରହି ଛାତ୍ରଛାତ୍ରୀ ମାନଙ୍କୁ ଆଗକୁ ଯିବାପାଇଁ ପ୍ରେରଣା ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୀନ କେତନ ମହାରଣାଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏଲ.ଏନ କଲେଜର ପ୍ରାଣୀ ବିଜ୍ଞାନ ଅଧ୍ୟାପକ ଆଶୁତୋଷ ସାହୁ,ଷଣ୍ଢମୂଳ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରଦ୍ଧା ରଞ୍ଜନ ରାୟ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନନ୍ତ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । ବେଗୁନିଆପଡା ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୨୮୭ ଟି ପ୍ରକଳ୍ପ ଆସିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶିକ୍ଷକ ଭାବେ ଶରତ କୁମାର ଜାଲି ମଞ୍ଚ ପରିଚାଳନା କରିଥିଲେ। ବିଭିନ୍ନ ବିଭାଗରୁ ୪ ଜଣ କୃତି ପ୍ରତିଯୋଗୀ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିଲେ।ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଶରତ ଚନ୍ଦ୍ର ଜାଲି ।

ରିପୋର୍ଟ -ସୂର୍ଯ୍ୟ ନାରାୟଣ ବଡୁ

Leave A Reply

Your email address will not be published.