ଭଞ୍ଜନଗରରେ ୩ଦିନିଆ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ।

0 218

ଭଞ୍ଜନଗର, ୧୮/୧୨(ପିପିଟି):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଆରଏମସି ପଡିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ମେଳା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଠାରେ କୃଷକ ମାନେ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି, ଉପକରଣ ଆଦିର ବ୍ୟବହାର କିଭଳି କରିବେ ସେ ଉପରେ ଜ୍ଞାନ ଅହୋରଣ କରି ପାରିବେ ଏବଂ ବିଭିନ୍ନ ସହାୟତା ଓ ଯୋଜନା ଉପରେ ମଧ୍ୟ ଅଧିକ ତଥ୍ୟ ପାଇ ପାରିବେ। ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ,ଗଞ୍ଜାମ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଡ.ଅଜୟ କୁମାର କର,କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବିନାରାୟଣ ମିଶ୍ର ବ୍ରହ୍ମପୁର କୃଷି ଜିଲ୍ଲା ଅଧିକାରୀ ହେମନ୍ତ ଦାସ,ଆସିକା କୃଷି ଜିଲ୍ଲା ଅଧିକାରୀ ସତ୍ୟବ୍ରତ ଦାସ, ଦିଗପହଣ୍ଡି ଜିଲ୍ଲା କୃଷି ଅଧିକାରୀ ପ୍ରଶାନ୍ତ କୁମାର ନାଥ,ଭଞ୍ଜନଗର କୃଷି ଜିଲ୍ଲା ଅଧିକାରୀ ବ୍ୟୋମକେଶ ମିଶ୍ର ପ୍ରମୁଖ ମଞ୍ଚାସିନ ଥିବା ବେଳେ କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନ କୌଶଳର ଉପଯୋଗ କରି ଚାଷ ସହିତ ଚାଷୀଙ୍କର ଉନ୍ନତି, ସେମାନଙ୍କୁ ସହଯୋଗ କରିବା,ଚାଷୀ ମାନେ କିଭଳି ସରକାରଙ୍କ ସମସ୍ତ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଲାଭ ପାଇ ପାରିବେ ସେସବୁ ଉପରେ ଗୁରୁତ୍ବାରୋପ କରାଯାଇଥିଲା। ଏହା ସହ ଏହି ମେଳାରେ କୃଷି ତଥା ଆନୁସଙ୍ଗିକ ବିଭାଗ ଦ୍ବାରା ବିଭିନ୍ନ ଷ୍ଟଲ ଖୋଲାଯାଇଛି।ମେଳାରେ ଟ୍ରାକ୍ଟର, ପାଓ୍ବାର ଟିଲର,ଧାନ ଅମଳ, ଧାନ ରୁଆ, ମଞ୍ଜି ସଫା, ରୋଟାଭେଟର,ଘାସ ଛେଦନ, କୋଡ଼ାଖୁସା, ଘାସ କଟା, ଗାତ ଖୋଳା,ଧାନ କଳ, ମକା ଛଡ଼ା, ଡାଲି କଳ, ତେଲ କଳ, ମୁଢ଼ି ମିଲ୍, ବିହନ ବୁଣା, ସାର ବୁଣା ଓ ଔଷଧ ସିଞ୍ଚନ ଭଳି ବିଭିନ୍ନ କୃଷି ଯନ୍ତ୍ରପାତି ପ୍ରଦର୍ଶନ ହେବା ସହ ରିହାତି ଦରରେ ବିକ୍ରି ହେଉଛି।

ରିପୋର୍ଟ୍ -(ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.