ଭଞ୍ଜନଗର ଠାରେ ୭୬ତମ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ।

0 149

ଭଞ୍ଜନଗର, ୨୬/୦୧(ପିପିଟି) : ଭଞ୍ଜନଗର ସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ 76ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ, ସଂବୃଦ୍ଧି ଓ ସ୍ୱାଭିମାନର ଜାତୀୟପତାକା ଉତ୍ତୋଳନ କରିଥିଲେ । ସ୍ୱାଧୀନତା ହାସଲ ପାଇଁ ଯେଉଁ ଦେଶପ୍ରେମୀ ନିଜ ପ୍ରାଣକୁ ବାଜି ଲଗାଇ ସ୍ୱାଧୀନତା ହାସଲ କରିଥିଲେ, ସେହି ଦେଶପ୍ରେମୀଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଗଣତନ୍ତ୍ରର ମୂଲ୍ୟବୋଧର ବିକାଶ ଲାଗି ସମସ୍ତ ନାଗରିକମାନଙ୍କ କର୍ତ୍ତବ୍ୟ ରହିଥିବା ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ପ୍ରାଚୀନ ସଭ୍ୟତା ଓ ସଂସ୍କୃତିର ଗରୀମାରେ ଗରୀୟାନ ତଥା ଓଡ଼ିଶାର ଏକ ପ୍ରମୁଖ ଭୂଖଣ୍ଡ ଭାବେ ଭଞ୍ଜନଗର ଯାହାକି ଘୁମୁସର ମାଟି ଓଡ଼ିଶା ମାନଚିତ୍ରରେ ସ୍ଵତନ୍ତ୍ର ପରିଚୟ ଲାଭ କରିଛି। ଉପଖଣ୍ଡ ପ୍ରଶାସନ ତଥା ରାଜସ୍ବ ପ୍ରଶାସନ ସବୁବେଳେ ଆପଣମାନଙ୍କ ସହିତ ରହିଛି। ଆମର ଭଞ୍ଜନଗର ଉପଖଣ୍ଡରେ କୃଷି ଓ କୃଷକର ବିକାଶ, ଭିତ୍ତି ଭୂମି ବିକାଶ ଉପରେ ସର୍ବଦା ଗୁରୁତ୍ୱ ଦିଆଯାଉଛି ବୋଲି ତାଙ୍କ ଭାଷଣ ରେ କହିଥିଲେ। ଏହାପରେ ଉପଖଣ୍ଡ ସ୍ତରରେ ବିଭିନ୍ନ ପତିଯୋଗିତରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ  କରାଯାଇଥିଲା । ବିପଦର ବନ୍ଧୁ ଅନୁଷ୍ଠାନ କୁ ସମାଜ ସେବାପାଇଁ ଓ ସେହିଅନୁଷ୍ଠାନର ଉପସଭାପତି ଅରକ୍ଷିତ ପରିଛା ଙ୍କୁ ସ୍ୱତନ୍ତ୍ର ଭାବେ ସମାଜ ସେବା ପାଇଁ ପୁରସ୍କୃତ କରାଯାଇଥିଲା,ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର,ଛାତ୍ରୀ ଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା,ସଂମାନିତ ଅତିଥିଭାବେ ଏହି ଉତ୍ସବରେ  ଭଞ୍ଜନଗର ଏସ.ଡ଼ି.ପି.ଓ. ଶ୍ରୀ ସୁଜିତ କୁମାର ନାୟକ,ଭଞ୍ଜନଗର ତହସିଲଦାର ଶ୍ରୀ ଉମା ଶଙ୍କର ବେହେରା,ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର ,ଯୋଗଦେଇ ଥିଲେ,ଏଥି ସହିତ ସମାଜସେବୀ ମୁରଲୀଧର ପଣ୍ଡା,ଖୁଚୁରା ବ୍ୟବସାୟୀ ସଙ୍ଘର ସଭାପତି ଗୌରୀଶଙ୍କର ପାତ୍ର ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ସମସ୍ତ ସାମ୍ବାଦିକଗଣ ଯୋଗ ଦେଇଥିଲେ । ପ୍ରାତଃ 5ଘଣ୍ଟା ସମୟରେ ସୂଚନା ଲୋକ ସମ୍ପର୍କ ବବିଭାଗ ତରଫରୁ ସହରରେ ରାମଧୁନ ପରିବେଷଣ କରା ଯାଇଥିଲା।ସ୍ଥାନୀୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଏବଂ ଚିଦାନନ୍ଦ କୃଷ୍ଠାଶ୍ରମର ଅନ୍ତେବାସୀମାନଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରାଯାଇଥିଲା। ଉକ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀଙ୍କୁ ବିଭାଗୀୟ ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ପାତ୍ର ଏବଂ ତାରିଣୀ ସାହୁ ସହଯୋଗ କରିଥିଲେ । ଶେଷରେ ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଧନ୍ୟବାଦ ପ୍ରଦାନ କରିଥିଲେ ।

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.