ଭଞ୍ଜନଗର ବ୍ଲକ ଓ ଏନ୍ଏସି ରେ ଗର୍ଜିଲା ବିଜେଡ଼ି ।

0 254

ଭଞ୍ଜନଗର,୧୬/୦୨(ପିପିଟି): ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମୁଖରେ କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଭଞ୍ଜନଗର ବିଜୁ ଜନତା ଦଳ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ବିଜେପି ସରକାର ୫କେଜି ଚାଉଳ ହାସ୍ର କରିବା, ବଜେଟରେ ଧାନ ସଂଗ୍ରହ ବାବଦରେ ୨୦ ହଜାର କୋଟି ଟଙ୍କା ହ୍ରାସ କରିବା, ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ ହ୍ରାସ,ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ନ କରିବା ଓ କେନ୍ଦ୍ର ସରକାରଙ୍କ ଚାଷୀ ମାରଣା ନୀତି ବିରୁଦ୍ଧରେ ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମୁଖରେ ଶତାଧିକ ପୁରୁଷ ଓ ମହିଳା ମାନେ ଧାରଣା ରେ ବସି ବିକ୍ଷୋଭ ଓ ପ୍ରତିବାଦ ସଭା କରିଵା ସଙ୍ଗେ ସଙ୍ଗେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କରଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଏନ୍ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର,ଉପାଧ୍ୟକ୍ଷା ଶୁଭଶ୍ରୀ ଦାସଙ୍କ ସମେତ ସମସ୍ତ ୱାର୍ଡର କାଉନସିଲର,ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ ।ସେହିପରି ଗତକାଲି ଭଞ୍ଜନଗର ବ୍ଲକର ବିଭିନ୍ନ ପଞ୍ଚାୟତ ସମ୍ମୁଖରେ ସରପଞ୍ଚ ଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ବେଳେ ଆଜି ବିଜେଡ଼ି ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ,ଉପାଧ୍ୟକ୍ଷା ରାଜଲଷ୍ମୀ ପ୍ରଧାନଙ୍କ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟମାନେ ଏକାଠି ହୋଇ କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୁଦ୍ଧରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।
(ରିପୋର୍ଟ- ଜେକେ ପଟ୍ଟନାୟକ। )

Leave A Reply

Your email address will not be published.