ଭଞ୍ଜନଗର,୦୧/୦୬(ପିପିଟି):ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୀର୍ତ୍ତି ଭାସନ୍ ଭି , ଗଞ୍ଜାମ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା , ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ,ରଞ୍ଜନ କୁମାର ଦେ,ମୋଟ ୬୯ଟି ଅଭିଯୋଗର ଶୁଣାଣୀ କରିଥିଲେ । ୨ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୨ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୧୦,୦୦୦ ଟଙ୍କା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ,ଭତ୍ତା,ଖାଦ୍ଯ ସୁରକ୍ଷା,ଗୃହ ନିର୍ମାଣ, ଜିବିକା ମିଶନ୍,ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ ।
ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସହକାରୀ ଜିଲ୍ଲାପାଳ ପ୍ରଧାନ ଟୁଲିଆମା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର,ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ,ତହସିଲଦାର ଭଞ୍ଜନଗର ଉପଖଣ୍ଡର ସମସ୍ତ ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।
ରିପୋର୍ଟ -ଜେ କେ ପଟ୍ଟନାୟକ