ମାଲକାନଗିରି,୧୧/୦୨(ପିପିଟି): ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି କାର୍ଯ୍ୟକ୍ରମ ଉପରେ ଜିଲ୍ଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ନିରପେକ୍ଷ ଏବଂ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗଣତି ଓ ସ୍ୱଚ୍ଚତା ବଜାୟ ରଖିବା ଉପରେ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଉପ-ଜିଲ୍ଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ ଓ ବି.ଡି.ଓ କାଲିମେଳା ଉମାକାନ୍ତ ଦଳେଇ ପ୍ରଶିକ୍ଷଣ ଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ପ୍ରକଳ୍ପ ନିର୍ଦ୍ଦେଶକ, ଡି.ଆର.ଡି.ଏ ବାଲ ମୁକୁନ୍ଦ ଭୂୟାଁ, ଜିଲ୍ଲାର ସମସ୍ତ ତହସିଲଦାର, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)