ମଥୁରାରେ ସେବା ସେତୁ ଅଭିଯାନ ୨୦୨୬ ଅନୁଷ୍ଠିତ।

0 2

ପୋଲସରା,୨୨/୦୯(ପିପିଟି ):ପୋଲସରା ବ୍ଲକ ମଥୁରା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳ ବାର ସେବା ସେତୁ ଅଭିଯାନ ୨୦୨୬ କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ର ଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ବିଡ଼ିଓ ସୋନମ ବେହେରା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି।

ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନାଗରିକମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ଓ ସୁବିଧା ଗୋଟିଏ ସ୍ଥାନରେ ଉପଲବ୍ଧ କରାଇବା। ଏହାଦ୍ୱାରା ହିତାଧିକାରୀମାନଙ୍କୁ ବାରମ୍ବାର ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ। ଏଥିସହ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ଯୋଜନା ସହ ସଂଯୋଜିତ କରିବା, ଆବେଦନ ପ୍ରକ୍ରିୟାରେ ସହଯୋଗ କରିବା ଏବଂ ଆବଶ୍ୟକୀୟ ସହାୟତା ଯୋଗାଇଦେବା ପାଇଁ ବ୍ୟବସ୍ଥା କରାଯାଇଥିଲା।
ଏହି ଅବସରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ରାସନ କାର୍ଡ ଓ ଭତ୍ତା ବଣ୍ଟନ କରାଯିବା ସହ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହିତ୍ରିକ କୁମାର ପାତ୍ର,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଗୋପାଳ କୃଷ୍ଣ ପଣ୍ଡା ସମେତ ସ୍ଥାନୀୟ ସରପଞ୍ଚ ଓ ବିଭିନ୍ନ ବିଭାଗ ର ଅଧିକାରୀ ସହ ଏମ୍ବିକେ, ସି ଆର ପି ପ୍ରମୁଖ ଉପସ୍ଥିତ ଥିଲେ।

ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା

Leave A Reply

Your email address will not be published.