ମାଡ଼କାପଦରରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ।

0 149

ମାଲକାନଗିରି, ୧୭/୧୧(ପିପିଟି):ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ।ଏହି ଶିବିରରେ ମୋଟ ୬୯ ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୧୬ ଗୋଟି ବ୍ୟକ୍ତିଗତ ଓ ୫୩ ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣିରେ ପ୍ରଧାନମନ୍ତ୍ରୀ ଆବାସ ଗୃହ , ପେନସନ, ନଳକୂପ, ବିଦ୍ଯୁତ ସଂଯୋଗିକରଣ, ରାସ୍ତା, ସେତୁ ଓ ଅନ୍ୟାନ୍ୟ ଅଭିଯୋଗର ଶୁଣାଣି ହୋଇଥିଲା । ବିଭିନ୍ନ ଯୋଜନାର ହାତ ପାହାନ୍ତା ରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଅଭିଯୋଗ ପରେ ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀ ବିଭିନ୍ନ ସ୍କୁଲ୍ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.