ସିମୁଳିଆ,୦୮/୦୧:ମାର୍କୋଣା ବାଳିକା ଉଚ୍ଚ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଧାୟକ ପ୍ରତିନିଧି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ସିମୁଳିଆ ତହସିଲଦାର ସୁନୀଲ କୁମାର ଟୁଡୁ ଯୋଗଦେଇ ଜଗନ୍ନାଥ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ଓଷ୍ଟାର ପୂର୍ବତନ ସଭାପତି ପଦ୍ମଲୋଚନ ଦାସ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଅଧିକାରୀ ଅଜୟ କୁମାର ପଣ୍ଡା, ସ୍ଥାନୀୟ ସରପଞ୍ଚ କମଳାକାନ୍ତ ନାୟକ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଟି.ଭି.ରାଜଲଷ୍ମୀ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀ ଦୀପ୍ତିମୟୀ ନାୟକ ଓ ଅତିଥି ପରିଚୟ କରିବା ସହ,ମଞ୍ଚ ଆହ୍ୱାନ କରିଥିଲେ । ସେହି ମଞ୍ଚରେ ସଙ୍ଗୀତ ପଦ୍ମଗୁରୁ ମହେନ୍ଦ୍ର ନାଥ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିଥିଲେ । ସଭା ଶେଷରେ ଅତିଥିମାନଙ୍କ ଦ୍ବାରା ବାର୍ଷିକ କ୍ରୀଡ଼ାରେ କୃତୀ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ। ବିଦ୍ୟାଳୟର ଶିକ୍ଷୟତ୍ରୀ ଦୀପ୍ତି ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।