ପୋଲସରା,୨୮/୦୨ (ପିପିଟି) :ପୋଲସରା ବ୍ଳକ ଅନ୍ତର୍ଗତ ଘୋଡାପଲାଣ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ମାସିକ କ୍ଳଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ସେଠୀ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। କ୍ଳଷ୍ଟର ସିଆରସିସି ଅଜିତ କୁମାର ମହାପାତ୍ର ଆଜିର କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା କରିଥିଲେ। ଉକ୍ତ ବୈଠକରେ କ୍ଳଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହି ବୈଠକରେ ଏଫ୍ ଏଫ୍ ଏବଂ ଯାଦୁପେଢି ସଂପର୍କରେ ସବିଶେଷ ଆଲୋଚନା କରାଯାଇଥିଲା। ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ କରାତଳି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା