ମିନି ମାରାଥନ ଦୌଡ଼ ପ୍ରତିଯୋଗିତା : ୪୦୦ରୁ ଉର୍ଦ୍ଧ ଯୁବକ ଯୁବତୀ ସାମିଲ ।

0 194

ବାଲିଗୁଡା, ୧୪/୦୮ : (ପିପିଟି): ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ,, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏନ ଏ ସି ର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଗଣଦୌଡ଼ର ଶୁଭାରମ୍ଭ କରିଥିଲେ । ଏହି ଗଣ ଦୌଡ଼ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ସମ୍ମୁଖରୁ ଆରମ୍ଭ ହୋଇ ମହାଲକ୍ଷ୍ମୀ ପେଟ୍ରୋଲ ପମ୍ପ୍ ପର୍ଯ୍ୟନ୍ତ ଯାଇଥିଲା ଏବଂ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରେ ସମାପ୍ତ ହୋଇଥିଲା । ଏଥିରେ ବାଲିଗୁଡା ଅଞ୍ଚଳର ୪୦୦ ରୁ ଉର୍ଦ୍ଧ୍ବ ଯୁବକ ଯୁବତୀ ସାମିଲ୍ ହୋଇଥ‌ିବା ବେଳେ କୃତି ଯୁବକ ଯୁବତୀଙ୍କୁ ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମିନି ଷ୍ଟାଡିୟମ ପରିସରରେ ଆୟୋଜିତ ପ୍ୟାରେଡ ଉତ୍ସବରେ ପୁରସ୍କୃତ କରାଯିବ। ଏଥିରେ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣାଙ୍କ ସମେତ ବହୁ ପଦାଧିକାରୀ, ବରିଷ୍ଠ କ୍ରୀଡ଼ାବିତ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Leave A Reply

Your email address will not be published.