ମିଳିତ ଅଭିଯୋଗ ଶୁଣାଣିରେ ୯୭ଟି ଅଭିଯୋଗ ଗ୍ରହଣ, ୧୪ଟି ତ୍ବରିତ ସମାଧାନ ।

0 213

ଭଞ୍ଜନଗର, ୨/୩. ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେରକେଟା, ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ଉପସ୍ଥିତ ରହି ମୋଟ ୯୭ଟି ଅଭିଯୋଗର ଶୁଣାଣୀ କରିଥିଲେ ।
ସେଥି ମଧ୍ୟରୁ ୧୪ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ରେଡକ୍ରସ୍ ପାଣ୍ଠିରୁ ୬ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ମୋଟ ୪୭,୫୦୦ ଟଙ୍କା ଯୋଗାଇ ଦିଆଯାଇଥିଲା। ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ।ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଓ ଉପଖଣ୍ଡ ର ସମସ୍ତ ଅଧିକାରୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ଯମାନେ ଉପସ୍ଥିତ ଥିଲେ। ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।

ରିପୋର୍ଟ୍ -(ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.