ମିଳିତ ଅଭିଯୋଗ ଶୁଣାଣୀ ଶିବିର; ମୋଟ ୧୫୬ଟି ଅଭିଯୋଗର ସମାଧାନ  ।

0 0

ଭଞ୍ଜନଗର, ୨୦/୦୧(ପିପିଟି) :ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୫୬ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ।  ସେଥିରୁ ବ୍ୟକ୍ତିଗତ ଅଭିଯୋଗ ୧୪୯ଟି ଥିବାବେଳେ,ଗ୍ରାମାଞ୍ଚଳର ଅଭିଯୋଗ ୭ଟି ରହିଥିଲା।ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୯ଟି ଅଭିଯାଗର ଫଇସଲା କରିଥିଲେ।ଆଜିର ଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ ଜିଲ୍ଲାପାଳ ରେଡ଼କ୍ରସ ପାଣ୍ଠିରୁ ୩ଜଣ ହିତାଧିକାରୀଙ୍କୁ ୨୨ହଜାର ଟଙ୍କା ସେଥିରୁ ଦୁଇ ଜଣଂକୁ ଦଶହଜାର ଟଙ୍କା ପ୍ରଦାନ କରିଥିଲେ।ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଭତ୍ତା ସମ୍ପର୍କିତ ଥିଲା।ଗ୍ରହଣ କରିଥିବା ଅନ୍ୟ ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ତାହାର ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ସତପଥୀ,ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା,ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ,ପୂର୍ତ୍ତ ବିଭାଗ ଏସଡିଓ ପ୍ରତାପ ନାୟକ,ଭଞ୍ଜନଗର ଗୋଷ୍ଠି ଶିକ୍ଷା ଅଧିକାରୀ ଏସ. ଧନଞ୍ଜୟ,ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ  ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

 

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.