ଯାଜପୁର ଜିଲ୍ଲାରେ “ଆମ ପୋଷାକ ଆମ ପରିଚୟ” କାର୍ଯ୍ୟକ୍ରମ ଅନୁଷ୍ଠିତ।

0 255

ଯାଜପୁର,୦୩/୦୪(ପିପିଟି): ଜିଲ୍ଲା ସ୍ତରୀୟ ଓଡ଼ିଆ ପକ୍ଷ ୨୦୨୫ ପାଳନର ତୃତୀୟ ଦିବସରେ ଜିଲ୍ଲା ସ୍ତରୀୟ “ଆମ ପୋଷାକ ଆମ ପରିଚୟ” ଅଭିଯାନ କାର୍ଯ୍ୟକ୍ରମ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ପାଳନ କରାଯାଇଅଛି। ଏହି ଦିବସ ପାଳନ ଅବସରରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ନବକ୍ରିଷ୍ଣ ଜେନା, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶିବାନନ୍ଦ ସ୍ବାଇଁ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ଲମ୍ବୋଦର ଖୁଣ୍ଟିଆ, ଜିଲ୍ଲା ଜରୁରୀ ଅଧିକାରୀ ଅଶୋକ କୁମାର ବେହେରା, ଡେପୁଟି କଲେକ୍ଟର,ସଂସ୍ଥା ଅଙ୍କିତା ବାରିକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ କରି “ଆମ ପୋଷାକ ଆମ ପରିଚୟ” ଅଭିଯାନ ରେ ସାମିଲ ହୋଇଛନ୍ତି। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟର କର୍ମଚାରୀ,ସାଧାରଣ ଜନତା,ଗଣମାଧ୍ୟମ ପ୍ରତିନିଧି,ବୁଦ୍ଧିଜୀବୀ ସମସ୍ତେ ପାରମ୍ପରିକ ପୋଷାକ ପରିଧାନ କରି ନିଜ ନିଜର ସେଲ୍ଫିକୁ odiapakhya.com ୱେବସାଇଟରେ ଅପଲୋଡ଼ କରିବାକୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.