ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

0 221

ଯାଜପୁର,୦୪/୧୧(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୨୧୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୮୫ ଗୋଟି,ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୧୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧୮ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଯାଜପୁର ବ୍ଲକ ଅନ୍ତର୍ଗତ ଭୁଇଁପୁରର ଦୁଃଖୀରାମ ସେଠୀ, ପିତା: ଗଙ୍ଗାଧର ସେଠୀଙ୍କୁ ଏକ ଡିଜିଟାଲ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶିତିକଣ୍ଠ କାନୁନଗୋ,ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା,ଜ଼ିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ ,ଉପ ଜିଲ୍ଲାପାଳ ଅଂଶୁମାନ ଶତପଥି ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ସ୍ୱାଗତ ଦାସ,ତହସିଲଦାର, ଯାଜପୁର ଅରବିନ୍ଦ ବେହେରା ,ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Leave A Reply

Your email address will not be published.