ଯାଜପୁର,୦୫/୦୫(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୩୧୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୭୭ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୨୦୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ କୁମାର ମାଝୀ,ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଯୁଧିଷ୍ଠିର ନାୟକ, ଜ଼ିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ,ଯାଜପୁର ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର, ହେମନ୍ତ କୁମାର ମହନ୍ତ, ତହସିଲଦାର, ଯାଜପୁର ରବି ନାରାୟଣ ପାଢ଼ୀ, ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।