ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

0 202

ଯାଜପୁର,୦୩/୧୧(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୨୪୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୭୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୬୫ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୭୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ମହାନ୍ତି,ଉପ ଜିଲ୍ଲାପାଳ,ଯାଜପୁର ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଯାଜପୁର ହେମନ୍ତ କୁମାର ମହନ୍ତ,ତହସିଲଦାର, ଯାଜପୁର ରବି ନାରାୟଣ ପାଢ଼ୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ବିଜୟ କୁମାର ମିଶ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Leave A Reply

Your email address will not be published.