ଭୁବନେଶ୍ବର,୧୫/୦୫: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୦୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୦୧ ଜଣ, କଟକ ଜିଲ୍ଲାରୁ ୦୩ ଜଣ, ନୂଆପଡା ଜିଲ୍ଲାରୁ ୦୯ ଜଣ,ବାଲେଶ୍ବର ଜିଲ୍ଲାରେ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।