ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୪୩୮ ଛୁଇଁଲା,୫୫୦ ଜଣ ସୁସ୍ଥ ।

0 1,154

ଭୁବନେଶ୍ଵର ,(ପିପିଟି)୨୫/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୩୫୩ରେ ରହିଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୪୦ ରହିଛି ।ନୂତନ ଆକ୍ରାନ୍ତ ୧୦୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୨୭୭୭୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୧୪୩୮ ଚିହ୍ନଟ ହୋଇଛନ୍ତି । ୫୫୦ ଜଣ ସୁସ୍ଥ ହୋଇଥିବା ବେଳେ ୮୮୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ବର୍ତ୍ତମାନ ଓଡିଶାରେ ମୃତ୍ୟୁ ସଂଖ୍ୟା ୭ ପହଞ୍ଚିଥିବା ବେଳେ ଗଞ୍ଜାମରେ ୩ଜଣ, ଖୋର୍ଦ୍ଧା ଜିଲ୍ଲାରେ ୩ଜଣ ଓ କଟକ ୧ ବୋଲି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୦୩ ଜଣଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟର, ୭ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.