ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୪୭୦,ସୁସ୍ଥ ସଂଖ୍ୟା ୩୮୬୩ ପହଞ୍ଚିଲା ।

0 1,212

ଭୁବନେଶ୍ଵର,ତା-୨୩/୦୬(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୯୫୫ ମଧ୍ୟରୁ ୬୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା  ସଂଖ୍ୟା ୬୬୨ ମଧ୍ୟରୁ ୪୦୩ ଜଣ ସୁସ୍ଥ ,୦୪ଜଣଙ୍କ ମୃତ୍ୟୁ ଓ ଅନ୍ଯ ମୃତ ସଂଖ୍ୟା ୦୨ ହୋଇଛି । ନୂତନ ଆକ୍ରାନ୍ତ ୧୬୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୩୧୩୫୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୫୪୭୦ ଚିହ୍ନଟ ହୋଇଛନ୍ତି । ୩୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୧୫୮୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୬୭ ଜଣଙ୍କ ମଧ୍ୟରୁ ୧୫୦ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.