ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୦ ହଜାର ପାର, ୨୪ ଘଣ୍ଟାରେ ନୂତନ ଆକ୍ରାନ୍ତ ୫୭୧ ।

0 1,199

ବନେଶ୍ଵର,ତା-୦୭/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୨୬୨୧ ମଧ୍ୟରୁ ୧୩୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୦୨୯ ମଧ୍ୟରୁ ୭୫୫ ଜଣ ସୁସ୍ଥ ,୦୭ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୫୭୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୯୭୨୩୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୦୦୯୭ ଚିହ୍ନଟ ହୋଇଛନ୍ତି । ୬୪୮୬ ଜଣ ସୁସ୍ଥ ହୋଇଥିବା ବେଳେ ୩୫୫୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୨ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୭୧ ଜଣଙ୍କ ମଧ୍ୟରୁ ୪୦୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୬୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.