ଭୁବନେଶ୍ବର,୦୩/୦୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧୯୨ । ବର୍ତ୍ତମାନ ସୁଦ୍ଧା ୭୦,୧୨,୮୯୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୦,୩୦୯ ଚିହ୍ନଟ ହୋଇଛନ୍ତି ୩,୨୫,୯୬୫ ଜଣ ସୁସ୍ଥ ହୋଇଥିବା ବେଳେ ୨,୪୦୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୮୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୯୨ ଜଣଙ୍କ ମଧ୍ୟରୁ ୧୦୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।