ଭୁବନେଶ୍ବର,୦୮/୦୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୪୫ । ବର୍ତ୍ତମାନ ସୁଦ୍ଧା ୭୧,୧୧,୨୧୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୧,୩୯୬ ଚିହ୍ନଟ ହୋଇଛନ୍ତି ୩,୨୭,୨୯୦ ଜଣ ସୁସ୍ଥ ହୋଇଥିବା ବେଳେ ୨,୧୬୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୯୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୪୫ ଜଣଙ୍କ ମଧ୍ୟରୁ ୧୪୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୦୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।