ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୦୬୨୪ , ସୁସ୍ଥ ସଂଖ୍ୟା ୬୭୦୩ ।

0 1,674

ଭୁବନେଶ୍ଵର,ତା-୦୮/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୨୮୩୬ ମଧ୍ୟରୁ ୧୪୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୦୭୯ ମଧ୍ୟରୁ ୭୭୩ ଜଣ ସୁସ୍ଥ ,୦୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୫୨୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୦୮୬୯୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୦୦୯୭ ଚିହ୍ନଟ ହୋଇଛନ୍ତି । ୬୭୦୩ ଜଣ ସୁସ୍ଥ ହୋଇଥିବା ବେଳେ ୩୮୬୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୨୭ ଜଣଙ୍କ ମଧ୍ୟରୁ ୧୮୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୩୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.