ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୫୦ ହଜାର ପାର , ଗଲଣି ୩୦୫ ଜୀବନ ।

0 1,108

ଭୁବନେଶ୍ଵର,ତା-୧୨/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୩,୭୭୫ ମଧ୍ୟରୁ ୧୧,୧୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୭,୧୭୮ ମଧ୍ୟରୁ ୩,୯୫୪ ଜଣ ସୁସ୍ଥ ,୪୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୧,୮୭୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୭୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୭,୨୪,୩୫୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୫୦,୬୭୨ ଚିହ୍ନଟ ହୋଇଛନ୍ତି ୩୪,୮୦୬ଜଣ ସୁସ୍ଥ ହୋଇଥିବା ବେଳେ ୧୫,୫୦୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୦୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୮୭୬ ଜଣଙ୍କ ମଧ୍ୟରୁ ୧,୧୮୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୯୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.