ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୬୨୨୯୪ , ସୁସ୍ଥ ସଂଖ୍ୟା ୪୨୨୭୭,ମୃତ୍ୟୁ ସଂଖ୍ୟା ୩୫୩ ।

0 1,139

ଭୁବନେଶ୍ଵର,ତା-୧୭/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫,୦୧୦ ମଧ୍ୟରୁ ୧୨,୬୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮,୯୬୧ ମଧ୍ୟରୁ ୪,୯୮୭ ଜଣ ସୁସ୍ଥ ,୪୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୨୪୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୯,୫୮,୯୨୯ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୬୨,୨୯୪ ଚିହ୍ନଟ ହୋଇଛନ୍ତି ୪୨,୨୭୭ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୬୧୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୫୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୨୪୪ ଜଣଙ୍କ ମଧ୍ୟରୁ ୧,୩୯୦ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୫୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.