ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୬୭୧୨୨ , ସୁସ୍ଥ ସଂଖ୍ୟା ୪୫୩୧୫,ମୃତ୍ୟୁ ସଂଖ୍ୟା ୩୭୨ ।

0 1,132

ଭୁବନେଶ୍ଵର,ତା-୧୯/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫,୪୯୮ ମଧ୍ୟରୁ ୧୩,୦୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୯,୮୪୬ ମଧ୍ୟରୁ ୫,୩୭୩ ଜଣ ସୁସ୍ଥ ,୫୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୫୮୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୧୨୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧,୦୬୨,୪୬୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୬୭,୧୨୨ ଚିହ୍ନଟ ହୋଇଛନ୍ତି ୪୫,୩୧୫ ଜଣ ସୁସ୍ଥ ହୋଇଥିବା ବେଳେ ୨୧,୩୮୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୭୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୫୮୯ ଜଣଙ୍କ ମଧ୍ୟରୁ ୧,୫୭୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୧୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.