ଭୁବନେଶ୍ବର,୦୫/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୩୮୫ । ବର୍ତ୍ତମାନ ସୁଦ୍ଧା ୪୭,୮୮,୦୨୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୯୭,୨୭୪ ଚିହ୍ନଟ ହୋଇଛନ୍ତି ୨,୮୨,୦୭୩ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୭୭୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୩୭୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୩୮୫ ଜଣଙ୍କ ମଧ୍ୟରୁ ୭୯୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୮୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।