ରାଜ୍ୟରେ ୨୪ଘଣ୍ଟାରେ ନୂତନ ପଜିଟିଭ ସଂଖ୍ୟା ୪୫୬, ମୋଟ ଆକ୍ରାନ୍ତ ସଂଖ୍ୟା ୯୫୨୬ ।

0 1,688

ଭୁବନେଶ୍ଵର,ତା-୦୬/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୨୩୪୮ ମଧ୍ୟରୁ ୧୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୯୯୨ ମଧ୍ୟରୁ ୭୪୨ ଜଣ ସୁସ୍ଥ ,୦୭ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୪୫୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୯୨୪୦୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୯୫୨୬ ଚିହ୍ନଟ ହୋଇଛନ୍ତି । ୬୨୨୪ ଜଣ ସୁସ୍ଥ ହୋଇଥିବା ବେଳେ ୩୨୫୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୦ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪୫୬ ଜଣଙ୍କ ମଧ୍ୟରୁ ୩୦୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୪୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.