ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଭଞ୍ଜନଗରରେ ଗର୍ଜିଲା କଂଗ୍ରେସ

0 317

ଭଞ୍ଜନଗର, ୧୦/୦୩(ପିପିଟି):ରାଜ୍ୟ ସରକାରଙ୍କ ମିଥ୍ୟା ପ୍ରତିଶ୍ରୁତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଦର୍ଶାଇ ଭଞ୍ଜନଗର ଠାରେ କଂଗ୍ରେସ ଏକାଠି ହୋଇଛି। ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନଙ୍କ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ଵାନକ୍ରମେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ କମିଟି (ପଶ୍ଚିମ) ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ଉପଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।
ଗଞ୍ଜାମ ଜିଲା କଂଗ୍ରେସ କମିଟି(ପଶ୍ଚିମ) ସଭାପତି ରବିନ୍ଦ୍ର ନାଥ ଶର୍ମାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଥିଲା। ଏହି ସମୟରେ ଗଞ୍ଜାମ ଜିଲା କଂଗ୍ରେସ କମିଟି(ପଶ୍ଚିମ)ର ବିଭିନ୍ନ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଭଞ୍ଜନଗର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବିଷୋୟୀ, ଆସିକା ଲୋକସଭା ପ୍ରାର୍ଥୀ ଦେବକାନ୍ତ ଶର୍ମା, ଆସିକା ବିଧାୟକ ପ୍ରାର୍ଥୀନୀ ସୁରଭି ବିଷୋୟୀ, କବିସୂର୍ଯ୍ୟନଗର ବିଧାୟକ ପ୍ରାର୍ଥୀ ସଞ୍ଜୟ ମଣ୍ଡଳ, ପୋଲସରା ବିଧାୟକ ପ୍ରାର୍ଥୀ ଅଗସ୍ତି ବରାଡ, ଖଲ୍ଲିକୋଟ ବିଧାୟକ ପ୍ରାର୍ଥୀ ଚିତ୍ରସେନ୍ ବେହେରା, ସୋରଡା ବିଧାୟକ ପ୍ରାର୍ଥୀ ହରେ କୃଷ୍ଠ ରଥ, ହିଞ୍ଜିଳିକାଟୁ ବିଧାୟକ ପ୍ରାର୍ଥୀ ରଜନୀ କାନ୍ତ ପାଢ଼ୀ, ପ୍ରଦେଶ କଂଗ୍ରେସ କମିଟି ମହିଳା ଶାଖାର ପୂର୍ବତନ ସମ୍ପାଦିକା ସୁଦିପ୍ତା ଦାସ, ସନ୍ତୋଷ ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ। ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ କଂଗ୍ରେସ ନେତା ବିଜୟ ପ୍ରଧାନ ଥିଲେ।
ଦାବୀପତ୍ର ପ୍ରଦାନ ପୂର୍ବରୁ କଂଗ୍ରେସ ନେତା ଓ କର୍ମୀ ମାନେ ସ୍ଥାନୀୟ ଭେଜିପୁଟ ଶିବ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ଭଞ୍ଜନଗର ସହର ପରିକ୍ରମା କରିଥିଲେ। ଏହାପରେ ଉପ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସଭା କରିଥିଲେ। ଏହାପରେ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କାରେ ଭଞ୍ଜନଗର ଏସଡିପିଓ ସୁଜିତ୍ କୁମାର ନାୟକ, ଥାନା ଅଧିକାରୀ ଜିବନାନନ୍ଦ ଜେନା ଓ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.