ବେଗୁନିଆ,୧୫/୧୨(ପିପିଟି):ଜମିର କିସମ ପରିବର୍ତ୍ତନ ପାଇଁ ୪୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ହାତରେ ଧରାପଡ଼ିଲେ ବେଗୁନିଆ ତହସିଲଦାର ପୃଥ୍ବୀରାଜ ମଣ୍ଡଳ। ତହସିଲଦାର ନିଜ କଳିଙ୍ଗନଗର ସ୍ଥିତ ବାସଭବନ ସାମ୍ନାରେ ଜମି କିସମ ପରିବର୍ତ୍ତନ ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ତାଙ୍କୁ ଧରିଥିଲା । ତାଙ୍କ ଠାରୁ ରଙ୍ଗ ବୋଳା ୪୫ ହଜାର ଟଙ୍କା ଜବତ କରାଯାଇଛି । ଏହାପରେ ଭିଜିଲାନ୍ସ ଟିମ ତହସିଲଦାରଙ୍କୁ ଧରି ବେଗୁନିଆ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ବିଳମ୍ବିତ ରାତି ପର୍ଯ୍ୟନ୍ତ ଯାଞ୍ଚ କରୁଥିବା ଜଣାପଡ଼ିଛି । କେସ ନମ୍ବର ୯/୨୨ରେ ମାମଲା ରୁଜୁ କରି ଭିଜିଲାନ୍ସ ଟିମ ଅଧିକ ଖୋଳତାଡ଼ କରୁଛି।
(ରିପୋର୍ଟ-ସୁଶାନ୍ତ କୁମାର ପ୍ରଧାନ।)