ଵୀରମହାରାଜପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

0 280

ଉଲୁଣ୍ଡା,୨୭/୦୩(ପିପିଟି):ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୬ ଗୋଟି, ସାମୁହିକ ଦରଖାସ୍ତ ୧୪ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୧୧ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୯ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି । ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମଧୁବାବୁ ଭତ୍ତା ସହାୟତା ଯୋଜନାରେ ରେ ୪ ଜଣଙ୍କୁ ନୂତନ ସାମିଲ କରାଯାଇ ମାସିକ ୫୦୦/- (ପାଞ୍ଚ ଶହ ଟଙ୍କା ) ଲେଖାଏଁ ପ୍ରଦାନ କରାଯାଇଥିବା ବେଳେ ଦୁଇଟି ଦାମ୍ପତିଙ୍କୁ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ବିବାହ ପ୍ରୋତ୍ସାହନ ରାଶି ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡିଇଓ ଲକ୍ଷ୍ମଣ ଭୋଇ,ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ତହସିଲଦାର ବିବୁଧ ଗଡ଼ନାୟକ ବ୍ଲକ ସ୍ତରୀୟ କର୍ମଚାରୀ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

(ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ ।)

Leave A Reply

Your email address will not be published.