ଶ୍ରମ ମନ୍ତ୍ରୀଙ୍କୁ ନିଜ ନିର୍ବାଚନ ମଣ୍ଡଳୀରେ ବିପୁଳ ସମ୍ବର୍ଦ୍ଧନା।

0 959

ପୋଲସରା,୦୭/୦୬(ପିପିଟି): ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆଜି ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିଛନ୍ତି। ଏହି ଅବସରରେ ବିଜୁ ଜନତା ଦଳର କର୍ମୀ ଓ ନେତା ମାନେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି। ଶ୍ରୀକାନ୍ତଙ୍କ ଗସ୍ତ କାର୍ଯ୍ୟକ୍ରମ ଅନୁଯାୟୀ ସେ ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ମଥୁରା ନିକଟସ୍ଥ ମାନ୍ଦା ମନ୍ଦିର ଠାରେ ପହଞ୍ଚି ଥିଲେ। ଫଳରେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଶହ ଶହ ଦଳୀୟ ନେତା ଓ କର୍ମୀ ମାନେ ବିରାଟ ବିରାଟ ଫୁଲ ତୋଡା ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ଶ୍ରୀକାନ୍ତଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ପୋଲସରା ସହର ପରିକ୍ରମା କରାଇଥିଲେ। ଶ୍ରୀକାନ୍ତଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଓ ଶୋଭାଯାତ୍ରାରେ ଆସିକା ସାଂସଦ ପ୍ରମିଳା ବିଷୋୟୀ , ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ , ପୋଲସରା ପଞ୍ଚାୟତ ସମିତି ଅଧ୍ୟକ୍ଷା କଳ୍ପନା ପ୍ରଧାନ , ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା , ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ , ଜିଲ୍ଲା ପରିଷଦ ସଭ୍ୟ ବିକ୍ରମ କୁମାର ନାୟକ, ଅଶୋକ ବିଷୋୟୀ ଓ ଝୁନୁ ଦାସ , ନଗର ବିଜେଡି ସଭାପତି ରଞ୍ଜିତ ସାହୁ , ବ୍ଳକ ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ ନିର୍ବାଚିତ ପ୍ରତିନିଧି ଓ ଦଳର ପ୍ରମୁଖ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ।
(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା ।)

Leave A Reply

Your email address will not be published.