ଭୁବନେଶ୍ବର,୩୦/୧୦(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୫୪୭ । ବର୍ତ୍ତମାନ ସୁଦ୍ଧା ୪୫,୦୮,୦୬୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୮୮,୬୪୬ ଚିହ୍ନଟ ହୋଇଛନ୍ତି ୨,୭୨,୦୩୮ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୨୪୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୩୦୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୫୪୭ ଜଣଙ୍କ ମଧ୍ୟରୁ ୮୯୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୫୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।