ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ।

0 58

ଉଲୁଣ୍ଡା,୨୧/୦୧(ପିପିଟି):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଅନିତା ଦାନୀ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଅଧ୍ୟାପକ ବିଜୟ ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରମୁଖ ଅତିଥି ଗଣ ସମ୍ମାନିତ ଅତିଥି ଯୋଗଦେଇ ଥିଲେ। ଶିକ୍ଷୟିତ୍ରୀ ନମିତା ଡାଙ୍ଗ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ। ଏସ ଏସ ‌ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶିକ୍ଷକ ଆକାଶ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଶ୍ରେଷ୍ଠ ଛାତ୍ରୀ ଭାବେ ବିଶ୍ଵରୂପା ସାହୁଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ସହିତ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅବସରପ୍ରାପ୍ତ ଖେଳ ଶିକ୍ଷକ ପ୍ରଶାନ୍ତ ଡାଙ୍ଗ ଓ ଗୁରୁ ହୃଷୀକେଶ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

(ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ ।)

Leave A Reply

Your email address will not be published.