ସୁକିନ୍ଦା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

0 211

ଯାଜପୁର,୧୧/୧୧(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ସୁକିନ୍ଦା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରି ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୭୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୭ ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୪ ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା। ୪୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ,ଉପ ଜିଲ୍ଲାପାଳ ଅଂଶୁମାନ ଶତପଥି ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୁକିନ୍ଦା,ତହସିଲଦାର, ସୁକିନ୍ଦା,ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ପରେ ଜିଲ୍ଲାପାଳ ସୁକିନ୍ଦାସ୍ଥିତ ମାନସିକ ବିକାରଗ୍ରସ୍ତ ମହିଳା ମାନଙ୍କର ଚିକିତ୍ସା ଓ ଥଇଥାନ କେନ୍ଦ୍ର, ମିଶନ ଆଶ୍ରା ପରିଦର୍ଶନ କରି ପରିଚାଳନା ସମ୍ପର୍କରେ ସୁପରିଣ୍ଟେଡେଣ୍ଟ ଙ୍କ ଠାରୁ ପଚାରିବୁଝିଥିଲେ ।

Leave A Reply

Your email address will not be published.