ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ।

0 289

ଭୁବନେଶ୍ୱର,୧୭/୦୯: ଜନ୍ମଦିନରେ ମହିଳାଙ୍କୁ ‘ସୁଭଦ୍ରା’ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ମହିଳାଙ୍କ ଖାତାକୁ ଯାଇଛି। ମଙ୍ଗଳବାର ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପିବା ପରେ ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ସୋମବାର ଯାଏ ପ୍ରାୟ ୭୨ ଲକ୍ଷ ମହିଳା ଆବେଦନ କରିଛନ୍ତି । ମାତ୍ର ପ୍ରଥମ ଦଫାରେ ପ୍ରାୟ ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା କିସ୍ତି ଯାଇଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି। ନିର୍ବାଚନ ପ୍ରଚାର ବେଳେ ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ମୋଦି ତାଙ୍କର ଏହି ପ୍ରତିଶ୍ରୁତି ପୂରଣ କରିଛନ୍ତି। ଏଥିରେ ମହିଳାଙ୍କୁ ୫ ବର୍ଷରେ ୫୦ ହଜାର ଟଙ୍କାର ସହାୟତା ରାଶି ମିଳିବ । ରାଜ୍ୟରେ ମହିଳାଙ୍କୁ ସଶକ୍ତ ଓ ଆତ୍ମନିର୍ଭରଶୀଳ କରିବ ‘ସୁଭଦ୍ରା’।

Leave A Reply

Your email address will not be published.