ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ମାଓବାଦୀ ନିହତ ।

0 244

ମାଲକାନଗିରି,୨୭/୧୨(ପିପିଟି): ତେଲେଙ୍ଗାନା ଓ ଛତିଶଗଡ଼ ସୀମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ମାଓବାଦୀ ନିହତ । ଏନକାଉଣ୍ଟର ସ୍ଥଳରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ ହୋଇଛି । ତେଲେଙ୍ଗାନା ଓ ଛତିଶଗଡ଼ ସୀମା କିସ୍ତରାମ ଥାନା ଅଞ୍ଚଳରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ସୁରକ୍ଷାବାହିନୀ ।କମ୍ବିଂ ଅପରେସନ୍ ବେଳେ ତେଲେଙ୍ଗାନା ଗ୍ରେହାଉଣ୍ଡ ଯବାନଙ୍କ ସହ ମାଓବାଦୀଙ୍କ ଗୁଳି ବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ମାଓବାଦୀ ଟଳି ପଡିଛନ୍ତି । ମୃତକଙ୍କ ମଧ୍ୟରେ ଅଛନ୍ତି ୪ ଜଣ ମହିଳା ମାଓବାଦୀ ।କିସ୍ତରାମ ନିକଟ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ କୋତ୍ତାଗୁଡମ୍ ଏସପି ସୁନୀଲ ଦତ୍ତଙ୍କ ନେତ୍ରୁତ୍ୱରେ ତେଲେଙ୍ଗାନା ଗ୍ରେହାଉଣ୍ଡ ଯବାନ ଆରମ୍ଭ କରିଥିଲେ କମ୍ବିଂ ଅପରେସନ୍ । ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ଯାହାର ପାଲଟା ଜବାବରେ ଗୁଳି ଚଳାଇଥିଲେ ସୁରକ୍ଷାକର୍ମୀ । ବହୁ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୬ ମାଓବାଦୀ ନିହତ ହୋଇଥିବା ବେଳେ ଅନ୍ୟମାନେ ଛତ୍ରଭଙ୍ଗ ଦେଇଥିଲେ । ସଂପୃକ୍ତ ଅଞ୍ଚଳରେ ତେଲେଙ୍ଗାନା ଗ୍ରେହାଉଣ୍ଡ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ,ମାଲକାନଗିରି)

Leave A Reply

Your email address will not be published.