ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ।

0 2

ମାଲକାନଗିରି ,୨୭/୧୧(ପିପିଟି): ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫ୍.ଏଲ୍.ସି ହଲ୍‌ଠାରେ ୧୪୬-ମାଲକାନଗିରି (ଅନୁସୂଚିତ ଜନଜାତି) ଏବଂ ୧୪୭-ଚିତ୍ରକୋଣ୍ଡା (ଅନୁସୂଚିତ ଜନଜାତି) ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚାଲିଥିବା ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ର ଶୁଭାରମ୍ଭ, କାର୍ଯ୍ୟସୂଚୀ ଏବଂ ପରିଚାଳନାଗତ ପ୍ରକ୍ରିୟା ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା।ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବେଦବର ପ୍ରଧାନ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀ ଏବଂ ସଂଶୋଧନ ପ୍ରକ୍ରିୟାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରାଜେଶିର୍କେ କହିଛନ୍ତି ଯେ ଏକ ତ୍ରୁଟିଶୂନ୍ୟ ଓ ସ୍ୱଚ୍ଛ ଭୋଟର ତାଲିକା ପ୍ରସ୍ତୁତ କରିବା ଆମ ସମସ୍ତଙ୍କର ମିଳିତ ଦାୟିତ୍ୱ। ୧୮ ବର୍ଷ ବୟସ ପୂରଣ କରିଥିବା ପ୍ରତ୍ୟେକ ଯୋଗ୍ୟ ଯୁବ ଭୋଟରଙ୍କ ନାମ ଯେପରି ତାଲିକାରେ ଅନ୍ତର୍ଭୁକ୍ତ ହୋଇପାରିବ ଏବଂ ମୃତ କିମ୍ବା ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍ ପଡ଼ିପାରିବ, ସେଥିପାଇଁ ସମସ୍ତ ରାଜନୈତିକ ଦଳ ନିଜ ନିଜର ବୁଥ୍ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି ପ୍ରଶାସନକୁ ପୂର୍ଣ୍ଣ ସହଯୋଗ କରନ୍ତୁ।ବୈଠକରେ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧି ଏବଂ ନିର୍ବାଚନ ବିଭାଗର ଅଧିକାରୀମାନେ ଯୋଗ ଦେଇ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାକୁ ସୁଚାରୁ ରୂପେ ସମ୍ପାଦନ କରିବା ନେଇ ନିଜର ମତାମତ ରଖିଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ)

Leave A Reply

Your email address will not be published.