+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା, କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‍ ଟପର ।

0 256

କନ୍ଧମାଳ,୨୮/୦୭(ପିପିଟି): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। କିସରେ ଉଭୟ ବିଜ୍ଞାନ ଓ ବାଣିଜ୍ୟରେ ପାସ୍‍ ହାର ଶତ ପ୍ରତିଶତ ରହିଛି। ବାଣିଜ୍ୟରେ ୬୦% ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ୫୫ ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କନ୍ଧମାଳର ଝିଅ ମୀନାକ୍ଷୀ ମଲ୍ଲିକ ବିଜ୍ଞାନରେ ସର୍ବାଧିକ ୮୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ର ହୋଇଛନ୍ତି। ସେହିପରି ବାଣିଜ୍ୟରେ ପୀତବାସ ଟିଆକା ୮୦ ପ୍ରତିଶତ ନମ୍ବର ରଖିଛନ୍ତି। ଚଳିତ ବର୍ଷ କିସରେ ବିଜ୍ଞାନରେ ୩୧ ଆଦିମ ଜନଜାତି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୧୮ ଜଣ ପ୍ରଥମ ଶ୍ରେଣୀରେ ପାସ୍‍ କରିଛନ୍ତି। ସେହିପରି ବାଣିଜ୍ୟରେ ୧୮ ଆଦିମ ଜନଜାତି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୧ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)

Leave A Reply

Your email address will not be published.