ମାଲକାନଗିରି ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ ।

0 299

ମାଲକାନଗିରି,୨୨/୦୪(ପିପିଟି) : ଆଜି ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ମାଡ଼କାମୀ ମାଲକାନଗିରି ଉପ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ଦୁର୍ଯ୍ୟୋଧନ ଭୋଇଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ଥାନୀୟ ରାମ ମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ଏକ ବିରାଟ ଶୋଭା ଯାତ୍ରାରେ ମାଲକାନଗିରି ସହର ପରିକ୍ରମା କରିଥିଲେ । କୋୟା, ଦୁରୁଆ ଓ ପରଜା ଆଦିବାସୀଙ୍କ ନୃତ୍ୟର ତାଳେ ତାଳେ ଚାଲି ଥିବା ଶୋଭାଯାତ୍ରାରେ ଜିଲ୍ଲା ବିଜେପି ସଭାପତି ନିମାଇଁ ଚନ୍ଦ୍ର ପାଲ, ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ପୂର୍ଣ୍ଣିମା କେରକେଟା, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡ଼ିଆମୀଙ୍କ ସମେତ ପ୍ରାୟ ୫ ହଜାରରୁ ଉର୍ଦ୍ଧ ଦଳୀୟ କର୍ମୀଙ୍କ ସହ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ବିଜେପି ପ୍ରାର୍ଥୀ ନରସିଂହ ମାଡ଼କାମୀ ।

(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.