ସୁବର୍ଣ୍ଣପୁର ,୦୩/୦୫(ପିପିଟି):ଓଡ଼ିଶାରେ ଦ୍ବିତିୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ନାମାଙ୍କନ ଦାଖଲ । ଶେଷ ଦିନରେ ବୀରମହାରାଜପୁର ବିଧସନସଭା ନିର୍ବାଚନ ମଣ୍ଡଳୀ ରେ ଶକ୍ତି ପ୍ରଦର୍ଶନ କରିଛନ୍ତି କଂଗ୍ରେସ ଓ ବିଜେପି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦୀପ ସେଠୀ ଓ ସାଂସଦ ପ୍ରାର୍ଥୀ ମନୋଜ ମିଶ୍ର ଏବଂ ହଜାର ହଜାର କର୍ମୀଙ୍କ ସହିତ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପହ୍ଞ୍ଚି ନାମାଙ୍କନ ପତ୍ର ଦାଖଲ କରିଥିଲେ l ସେହିପରି ବିଜେପି ପ୍ରାର୍ଥୀ ରଘୁନାଥ ଜଗଦଲା ଶୁକ୍ରବାର ବିଶାଳ ରାଲି ସହ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶ୍ରୀ ଜଗଦଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି ଥିଲେ। ଏହି ଶୋଭାଯାତ୍ରାରେ ୧୦ ହଜାରରୁ ଅଧିକ ଦଳୀୟ ନେତା ଓ କର୍ମୀ ସାମିଲ ହୋଇ ସହର ପରିକ୍ରମା କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ସେଠାରେ ଉପଜିଲ୍ଲାପାଳ ଲଲାଟେନ୍ଦୁ ସିଂଙ୍କୁ ସେ ୩ ସେଟ୍ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ମତଦାନରେ ବିଜେପିର ଦଳୀୟ ପ୍ରାର୍ଥୀ ତଥା ନିଜ ସପକ୍ଷରେ ଭୋଟ୍ ଦେବା ପାଇଁ ଆହ୍ବାନ କରିଥିଲେ।ଆଜିର ରାଲିରେ ରଘୁନାଥ ଜଗଦଲାଙ୍କ ସହିତ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ସଂଯୋଜକ ଅଶୋକ କୁମାର ପୃଷ୍ଟି, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିଜୟ ମହାକୁଡ଼, ଜିଲ୍ଲା ସଙ୍ଗଠନ ମହାମନ୍ତ୍ରୀ ବେଣୁଧର ଦାସ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ଜିଲ୍ଲା ଓବିସି ସେଲର୍ ଅଧ୍ୟକ୍ଷ ବରିଷ୍ଠ ଆଇନଜୀବୀ ରାଧାକାନ୍ତ ମହାକୁର , ଜିଲ୍ଲା ଉପସଭାନେତ୍ରୀ ନଳିନୀ ପଣ୍ଡାଙ୍କ ସମେତ ତିନି ବ୍ଳକର ନେତା କର୍ମୀ ସାମିଲ ହୋଇଥିଲେ l ଆସନ୍ତା ୨୦ ତାରିଖରେ ହେବାକୁ ଥିବା ନିର୍ବାଚନରେ ଦୁଇ ଦଳ ଭୋଟରଙ୍କୁ ନିଜ ସପକ୍ଷରେ ମତଦାନ କରିବା ପାଇଁ ଆହ୍ବାନ ରିଥିଲେ l ଗତକାଲି ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ବିରାଟ ଶୋଭାଯାତ୍ରାରେ ଶକ୍ତି ପ୍ରଦର୍ଶନ କରିବା ସହିତ ନାମାଙ୍କନ ଦାଖଲ କରିସାରିଛନ୍ତି l
ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ ।