ବେଲଗୁଣ୍ଠାରେ ସରକାରୀ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ।

0 38

ବେଲଗୁଣ୍ଠା,୨୪/୦୪(ପିପିଟି ):ବେଲଗୁଣ୍ଠା ବ୍ଳକ୍ ନିକଟସ୍ଥ ନୋଡାଲ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ପରିସରରେ ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗିପୁରମ୍ ହରିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ,ରାସନ୍ କାର୍ଡ ଏବଂ ବିଭିନ୍ନ ଭତ୍ତା ଭଳି ସରକାରୀ ସହାୟତା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ଭୋଳ, ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଏବିଡ଼ିଓ ସନ୍ତୋଷ କୁମାର ମନ୍ତ୍ରୀ ପ୍ରମୁଖ ମଞ୍ଚାସିନ ରହି ସରକାରୀ ସହାୟତା ପ୍ରଦାନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ୯୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିବା ବେଳେ ୬୪୬ ଜଣ ହିତାଧିକାରୀଙ୍କୁ ଭତ୍ତା ଏବଂ ୮୭୪ ଜଣଙ୍କୁ ରାସନ୍ କାର୍ଡ ବଣ୍ଟନ କରାଯାଇଥିଲା।

ରିପୋର୍ଟ -ସୁଶାନ୍ତ କୁମାର ବେହେରା

Leave A Reply

Your email address will not be published.