ଯାଜପୁର,୧୦/୦୯(ପିପିଟି): ଆଜି ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ୨୦୨୬-୨୭ ବର୍ଷ ପାଇଁ ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ମାନ୍ୟବର ଲୋକସଭା ସାଂସଦ ଡ଼. ରବିନ୍ଦ୍ର ନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱାସ୍ଥ୍ୟସେବା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯିବା ସହ ନିମ୍ନଲିଖିତ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା । ରୋଗୀଙ୍କୁ ଅଧିକ ସୁଗମ, ଗୁଣାତ୍ମକ ଓ ଉତ୍ତମ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା।
ଭିତ୍ତିଭୂମିର ଉନ୍ନତି: ହସ୍ପିଟାଲର ଆବଶ୍ୟକ ଭିତ୍ତିଭୂମି ଓ ସୁବିଧା ସୁଯୋଗର ବିକାଶ କରିବା।
ଏହି ବୈଠକରେ ମାନ୍ୟବର ଯାଜପୁର ବିଧାୟିକା ସୁଜାତା ସାହୁ, ଜିଲ୍ଲାପାଳ ଅମ୍ବର କୁମାର କର, ଯାଜପୁର ପୌରପାଳିକା ଅଧ୍ୟକ୍ଷା ରଞ୍ଜୁଲତା ହୋତା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼. ନଗେନ୍ଦ୍ର ନାଥ ମହାପାତ୍ର ଉପସ୍ଥିତ ଥିଲେ। ଏହା ସହିତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ ସମିତିର ସଦସ୍ୟମାନେ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।